ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୨ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗୁରୁବାର ଗତ ୨୪ ଘଂଟା ମଧ୍ୟରେ ୮ହଜାର ୮୩୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୪୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫ଜଣ ହୋଇଥିବା ବେଳେ କଳାହାଣ୍ଡି, କଟକ ଜିଲାରୁ ୪ଜଣ ରହିଛନ୍ତି । ବୌଦ୍ଧ, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର, ଦେଓଗଡ଼, ଗଜପତି, କେନ୍ଦ୍ରାପଡ଼ା ନବରଙ୍ଗପୁର, ରାୟଗଡ଼ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ, ପୁରୀ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୭,୯୦,୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୦୨,୬୨୧ଜଣ ସୁସ୍ଥ ହୋଇଥିବା ବେଳେ ୮୫,୪୨୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୮୭୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।