ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୨,୦୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୭୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୪୫,୭୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୧୮,୦୪୧ ଜଣ ସୁସ୍ଥ ହୋଇଥିବା ବେଳେ ୨୨,୮୬୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୭୯୫ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।