ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୦ ମୃତ
![](https://thetruths.in/wp-content/uploads/2021/07/Odisha-Corona-Death-21.jpeg)
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୬୨୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼଼ ଜିଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲାରୁ ୮ଜଣ ରହିଛନ୍ତି । ଅନୁଗୁଳ, କଟକ ଜିଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବୌଦ୍ଧ, ସମ୍ବଲପୁର ଜିଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୬୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୭୦,୮୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୭,୩୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୭୪୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୫,୬୩୪ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।