ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୮ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୫୭୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ସର୍ବାଧିକ ୮ଜଣ ରହିଥିବା ବେଳେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲାରୁ ୭ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଓ ପୁରୀ ଜିଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ମୟୁରଭଞ୍ଜ ଜିଲାରୁ ୪ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, କନ୍ଧମାଳ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୯୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୭୭,୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୫୪,୯୨୯ ଜଣ ସୁସ୍ଥ ହୋଇଥିବା ବେଳେ ୧୬,୩୮୪ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୫,୯୦୨ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।