ରାଜ୍ୟରେ କରୋନା ସଂକ୍ରମିତ ଆଉ ୮ ମୃତ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗୁରୁବାର ଗତ ୨୪ ଘଂଟା ମଧ୍ୟରେ ୬୨୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗୀର, ବାଲେଶ୍ୱର, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୯୪,୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୯,୧୧୭ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୫୩,୫୫୧ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୭୩ ଜଣଙ୍କର ମୃତ୍ୟୁ ହୋଇହୋଇଛି ।