ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୯ଜଣ ଥିବା ବେଳେ ଅନୁଗୁଳ ଜିଲାରୁ ୧୦ଜଣ, ଜଗତସିଂହପୁର ଜିଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୬,୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୦,୭୯୬ ଜଣ ସୁସ୍ଥ ହୋଇଥିବା ବେଳେ ୭,୮୨୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭ହଜାର ୭୬୫ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।