ରାଜ୍ୟରେ ଆଉ ୬୩୮ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୭ହଜାର ୭୫୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୬ ଜଣ ଥିବାବେଳେ ବାଲେଶ୍ୱରରୁ୨୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୧୨ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୭ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୦୯ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ରାଜ୍ୟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୭,୭୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୨,୪୭୩ ଜଣ ସୁସ୍ଥ ହୋଇଥିବା ବେଳେ ୭,୨୫୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୦,୬୯,୬୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।