ରାଜ୍ୟରେ ଆଉ ୭୭୧ କରୋନା ସଂକ୍ରମିତ ଚିହ୍ନଟ

- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୧୭ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୨୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୭ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୪ହଜାର ୩୩୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୬ ଜଣ ଥିବାବେଳେ ବାଲେଶ୍ୱରରୁ ୪୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୫ ଜଣ, କଟକରୁ ୭୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୩୨୭ ଜଣ,କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ରାଜ୍ୟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୪,୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୯,୯୧୬ ଜଣ ସୁସ୍ଥ ହୋଇଥିବା ବେଳେ ୭,୦୪୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୬,୬୪,୦୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।