ରାଜ୍ୟରେ ଆଉ ୪୫୭ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୩ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୨୬ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୭ହଜାର ୭୧୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫ ଜଣ ଥିବାବେଳେ ବାଲେଶ୍ୱର ୨୮, ବରଗଡ ୪, ଭଦ୍ରକ ୧୦, ବଲାଙ୍ଗୀର ୧, କଟକ ୪୪, ଦେଓଗଡ ୩, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୮, ଜଗତସିଂହପୁର ୧୦, ଯାଜପୁର ୧୮, ଝାରସୁଗୁଡା ୨, କଳାହାଣ୍ଡି ୧, କେନ୍ଦ୍ରାପଡା ୩, କେନ୍ଦୁଝର ୩, ଖୋର୍ଦ୍ଧା ୨୦୭, କୋରାପୁଟ ୪, ମାଲକାନଗିରି ୧, ମୟୁରଭଞ୍ଜ ୧୯, ନବରଙ୍ଗପୁର ୪, ନୟାଗଡ ୪, ପୁରୀ ୭, ରାୟଗଡା ୭, ସମ୍ବଲପୁର ୩, ସୁନ୍ଦରଗଡ ୧୦, ଷ୍ଟେଟ ପୁଲରୁ ୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୭,୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୩,୬୦୩ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୪୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୯୦,୦୫,୨୯୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।