ରାଜ୍ୟରେ ଆଉ ୧୫୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୫୧ ନୂଆ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୫୦୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଥିବା ଜଣାପଡିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧, ବରଗଡରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୬, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୩, ଯାଜପୁରରୁ ୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, କୋରାପୁଟରୁ ୬, ମୟୂରଭଞ୍ଜରୁ ୩, ନୟାଗଡରୁ ୧, ପୁରୀରୁ ୧୦, ରାୟଗଡାରୁ ୨, ସମ୍ବଲପୁରରୁ୬, ସୋନପୁରରୁ ୧, ସୁନ୍ଦରଗଡରୁ ୧୫ ଓ ରାଜ୍ୟ ପୁଲରୁ ୧୬ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୨୦୮୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।