ରାଜ୍ୟରେ ଆଉ ୯ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଶେଷ ପର୍ଯ୍ୟାୟରେ କରୋନା ସଂକ୍ରମଣ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଓଡ଼ିଶାରେ କିନ୍ତୁ ନିୟନ୍ତ୍ରଣାଧୀନ ରହିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ରୁ ଓ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 24th April
— I & PR Department, Odisha (@IPR_Odisha) April 25, 2022
New Positive Cases: 9
Of which 0-18 years: 0
In quarantine: 5
Local contacts: 4
(Details of local contacts will be shared by concerned District)
1. Balangir: 1
2. Cuttack: 1
3. Jajpur: 1
4. Kendrapada: 1
5. Khurda: 4
6. State Pool: 1
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୩୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୦୦୦୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।