ରାଜ୍ୟରେ ଆଉ ୨୩୬ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟାରେ ଆଉ୨୩୬ ଜଣ ଆକ୍ରାନ୍ତ କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୯୯୫ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ ଜଣ ଓ କଟକ ଜିଲ୍ଲାରୁ ୧୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଯାଜପୁର ୮, ଜଗତସିଂହପୁର, ପୁରୀରୁ ୬-୬, ଦେବଗଡ଼ରୁ ୫, ବଲାଙ୍ଗୀର, ମାଲକାନଗିରି, ସମ୍ବଲପୁରରୁ ୪ ଜଣ ଲେଖାଏଁ, ଗଂଜାମ, କୋରାପୁଟରୁ ୩-୩, ବାଲେଶ୍ୱର, ମୟୂରଭଂଜରୁ ୨-୨, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦ୍ରାପଡ଼ା, ନୟାଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।