ରାଜ୍ୟରେ ଆଉ ୨,୨୮୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୨୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୩୧୫ ଓ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୩୯ହଜାର ୭୫୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬୧ ଜଣ ଥିବାବେଳେ ବାଲେଶ୍ୱରରୁ ୧୪୬ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୭୧ଜଣ, ବଲାଙ୍ଗୀରରୁ ୯ଜଣ, ବୌଦ୍ଧରୁ ୧୦ଜଣ, କଟକରୁ ୨୮୯ଜଣ, ଦେବଗଡ଼ରୁ ୬ଜଣ, ଢେଙ୍କାନାଳରୁ ୫୫ଜଣ, ଗଜପତିରୁ ୮ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୭୩ ଜଣ, ଯାଜପୁରରୁ ୧୧୧ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୬୨ଜଣ, କେଉଁଝରରୁ ୫୧ ଜଣ, ଖୋର୍ଦ୍ଧାରୁ ୫୯୨ଜଣ, କୋରାପୁଟରୁ ୪୦ଜଣ, ମାଲକାନଗିରିରୁ ୩୨ଜଣ, ମୟୁରଭଞ୍ଜରୁ ୧୪୧ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୮୩ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨୭ଜଣ, ରାୟଗଡ଼ାରୁ ୧୫ଜଣ, ସମ୍ୱଲପୁରରୁ ୧୮ଜଣ, ସୋନପୁରରୁ ୭, ସୁନ୍ଦରଗଡ଼ରୁ ୬୭ ଓ ରାଜ୍ୟ ପୁଲରୁ ୧୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୩୯,୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୦୯,୬୩୯ ଜଣ ସୁସ୍ଥ ହୋଇଥିବା ବେଳେ ୨୫ହଜାର ୪୬୧ଜଣ ସକ୍ରିୟ ମାମଲା ରହିଛି ।