ରାଜ୍ୟରେ ଆଉ ୧,୬୨୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୬୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୩୯ ଓ ସ୍ଥାନୀୟ ଅଞ୍ଚଳରୁ ୬୯୦ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୭୦ହଜାର ୮୧୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୪ ଜଣ ଥିବାବେଳେ ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨, କଟକରୁ ୧୬୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୯ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୪୭ ଜଣ, କେଉଁଝରରୁ ୨୯ ଜଣ, ଖୋର୍ଦ୍ଧାରୁ ୫୩୨ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୮ ଜଣ, ନୂଆପଡ଼ାରୁ ୧୦, ପୁରୀରୁ ୯୬ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୨୨ ଓ ରାଜ୍ୟ ପୁଲରୁ ୧୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୭୦,୮୧୪ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୭, ୩୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୭୪୬ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୭୧୮୮୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।