ରାଜ୍ୟରେ ଆଉ ୧,୬୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୬୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୩୭ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୭୪ହଜାର ୧୩୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୭୨ ଜଣ ଥିବାବେଳେ ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୧, କଟକରୁ ୨୨୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୯୬ ଜଣ, ଯାଜପୁରରୁ ୭୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୦ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୪୪୨ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୪୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୪୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୨୩ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୩୦ ଓ ରାଜ୍ୟ ପୁଲରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୭୪,୧୩୨ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୫୧,୦୪୯ ଜଣ ସୁସ୍ଥ ହୋଇଥିବା ବେଳେ ୧୭,୨୬୨ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।