ରାଜ୍ୟରେ ଆଉ ୧,୫୭୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୫୭୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧୫ ଓ ସ୍ଥାନୀୟ ଅଞ୍ଚଳରୁ ୬୬୩ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୭୭ହଜାର ୨୬୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୭ ଜଣ ଥିବାବେଳେ ବାଲେଶ୍ୱରରୁ ୭୮ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୫୨ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୪, କଟକରୁ ୨୧୨ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୧୧୩ ଜଣ, ଯାଜପୁରରୁ ୭୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୫୧ ଜଣ, କେଉଁଝରରୁ ୧୭ ଜଣ, ଖୋର୍ଦ୍ଧାରୁ ୪୩୬ ଜଣ, କୋରାପୁଟରୁ ୧୪ ଜଣ, ମାଲକାନଗିରିରୁ ୧୧ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ରୁ ୫୩ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୦୯ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୨୯ ଓ ରାଜ୍ୟ ପୁଲରୁ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୭୭,୨୬୮ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୫୪,୯୨୯ ଜଣ ସୁସ୍ଥ ହୋଇଥିବା ବେଳେ ୧୬,୩୮୪ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।