ରାଜ୍ୟରେ ଆଉ ୧,୨୪୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୨୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୧୮ ଓ ସ୍ଥାନୀୟ ଅଞ୍ଚଳରୁ ୫୨୫ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୮୭ହଜାର ୦୭୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୩ ଜଣ ଥିବାବେଳେ ବାଲେଶ୍ୱରରୁ ୪୯ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୬ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୧୭୭ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨୯ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୩୯୯ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୫ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୫୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୬୯ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୧୪ ଓ ରାଜ୍ୟ ପୁଲରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୮୭,୦୭୦ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୮,୪୫୩ ଜଣ ସୁସ୍ଥ ହୋଇଥିବା ବେଳେ ୧୨,୧୨୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୫,୬୦,୮୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।