ବିଗୁଡ଼ିଛି ରାଜ୍ୟର ସ୍ଥିତି : ୧୭୮୪ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଲଗାତର ଦୈନିକ ସଂକ୍ରମିତଙ୍କ ସଖ୍ୟା ବୃଦ୍ଧି ପାଉଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧୭୮୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୩୫ ଓ ସ୍ଥାନୀୟ ଅଞ୍ଚଳରୁ ୭୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୫୩ହଜାର ୦୮୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୦ଜଣ ଥିବାବେଳେ ବାଲେଶ୍ୱରରୁ ୭୨ଜଣ, ବରଗଡ଼ରୁ ୮୭ଜଣ, ଭଦ୍ରକରୁ ୩୦ଜଣ, ବଲାଙ୍ଗୀରରୁ ୯୧ଜଣ, ବୌଦ୍ଧରୁ ୪ଜଣ, କଟକରୁ ୫୯ଜଣ, ଦେଓଗଡ଼ରୁ ୧୨ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୧୬ଜଣ, ଗଞ୍ଜାମରୁ ୮୦ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୩୩ଜଣ, ଝାରସୁଗୁଡ଼ାରୁ ୧୦ଜଣ, କଳାହାଣ୍ଡିରୁ ୬୮ଜଣ, କନ୍ଧମାଳରୁ ୧୩ଜଣ, କେନ୍ଦ୍ରାପଡ଼ାରୁ ୧୮ଜଣ, କେନ୍ଦୁଝରରୁ ୫୪ଜଣ, ଖୋର୍ଦ୍ଧାରୁ ୨୦୧ଜଣ, କୋରାପୁଟରୁ ୧୦ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୭ଜଣ, ନବରଙ୍ଗପୁରରୁ ୬୭ଜଣ, ନୟାଗଡ଼ରୁ ୧୪ଜଣ, ନୂଆପଡ଼ାରୁ ୩୦୩ଜଣ, ପୁରୀରୁ ୫୩ଜଣ, ରାୟଗଡ଼ାରୁ ୨୫ଜଣ, ସମ୍ବଲପୁରରୁ ୧୧୪ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୨୪୧ଜଣ ଓ ରାଜ୍ୟ ପୁଲ୍ରୁ ୪୬ଜଣ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୩,୫୩,୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦୫୦୩ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୪୦,୬୦୦ଜଣ ସୁସ୍ଥ ହୋଇଛନ୍ତି ।