ଆଜିର ଭାଗ୍ୟଫଳ (ସୋମବାର, ୨୧/୧୧/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଆଜି ୨୦୨୨ ନଭେମ୍ବର ୨୧ତାରିଖ । ସୋମବାର । ବିଛା ମାସ ୬ଦିନ । ମାର୍ଗଶିର ମାସ । କୃଷ୍ଣ ପକ୍ଷ । ଦ୍ଵାଦଶୀତିଥି ଦିବା ୧୦ଟା ୭ମିନିଟ୍ ପରେ ତ୍ରୟୋଦଶୀତିଥି । ଚିତ୍ରା ନକ୍ଷତ୍ର । କନ୍ୟା ରାଶିରେ ଚନ୍ଦ୍ର ଦିବା ୧୨ଟା ୨୮ମିନିଟ୍ ପରେ ତୁଳା ରାଶିରେ ଚନ୍ଦ୍ର। ଆୟୁଷ୍ମାନ ଯୋଗ। ତୈତିଳ କରଣ ଦିବା ୧୦ଟା ୭ମିନିଟ୍ ପରେ ଗର କରଣ। ମିଥୁନ ରାଶିର ଘାତବାର। ଦିବା ୧୨ଟା ୨୮ମିନିଟ୍ ପର୍ଯ୍ୟନ୍ତ ବୃଷ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ ଦିବା ୧୦ଟା ୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ଦିବା ୧୦ଟା ୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୨୪ମିନିଟ୍ ରୁ ୮ଟା ୪୭ମିନିଟ୍, ଦିବା ୨ଟା ୧୭ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ରି ୯ଟା ୫୫ମିନିଟ୍ ରୁ ୧୧ଟା ୩୨ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୩ମିନିଟ୍ ରୁ ୭ଟା ୨୩ମିନିଟ୍, ସକାଳ ୮ଟା ୫୯ମିନିଟ୍ ରୁ ୧୧ଟା ୯ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୫୪ମିନିଟ୍, ରାତ୍ର ୨ଟା ୩୫ମିନିଟ୍ ରୁ ୩ଟା ୨୫ମିନିଟ୍। ପର୍ବଦିନ- ସୋମ ପ୍ରଦୋଷ ବ୍ରତ।
ମେଷ- ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।
ବୃଷ- ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ମିଥୁନ- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।
କର୍କଟ- ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।
ସିଂହ- ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ପୂର୍ବରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।
କନ୍ୟା- ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।
ତୁଳା- ଶରୀର ସୁସ୍ଥ ରହିବ । ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।
ବିଛା- ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ ।
ଧନୁ- ନିଜ ସ୍ୱାସ୍ଥ୍ୟ ବିଷୟକୁ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ । ଦୂରଯାତ୍ରା ନକରିବା ଭଲ ।
ମକର- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।
କୁମ୍ଭ- ଦେହ ଓ ମନ ଭଲ ରହିବ । ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ ।ପଡୋଶୀ ମାନଙ୍କ ସହ ମଧୁରତା ହେଖା ଦେବ । ପାରିବାରିକ ଜୀବନ ଶାନ୍ତରେ କଟିବ । ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ ।
ମୀନ- ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ ।