ଆଜିର ଭାଗ୍ୟଫଳ (ଶନିବାର, ୦୧/୦୪/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ମେଷ:-ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରିବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସାର୍ବଜନୀନ ସମ୍ପର୍କରେ ବିକଶିତ ହେବାସହ ଆର୍ଥିକସ୍ଥିତି ବଦଳିଯିବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗରେ ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସାମାଜିକ ପତିଆରା ଅମଳିନ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇ ପାରନ୍ତି। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ମତଭେଦର ନିରାକରଣ ହୋଇ ଯିବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଆକସ୍ମିକ ଧନପ୍ରାପ୍ତି ହେବା ସହ ଶତ୍ରୁ ଓ ବିରୋଧୀମାନେ କିଛି ଅହିତ ସାଧନ କରି ପାରିବେ ନାହିଁ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କଲେ ସଫଳ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ନୂତନ ସଂସ୍ଥାର ଆୟୋଜନ କରିବେ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଅଳ୍ପ ପରିଶ୍ରମରେ ବହୁତ ଲାଭହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ସବୁସ୍ୱପ୍ନ ସାକାର ହେବ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଆପୋସ ସମାଧାନର ରାସ୍ତା ଖୋଲିଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି, ଗୃହଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡା କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମୀନ:-ନିଜର କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବା ଫଳରେ ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।