ଆଜିର ଭାଗ୍ୟଫଳ (ଶନିବାର, ୩୦/୦୭/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ଜୁଲାଇ ୩୦ ତାରିଖ । ଶନିବାର । କର୍କଟ ମାସ ୧୪ ଦିନ । ଶ୍ରାବଣ ମାସ । ଶୁକ୍ଳ ପକ୍ଷ । ଦ୍ଵିତୀୟା ତିଥି । ଅଶ୍ଳେଷା ନକ୍ଷତ୍ର କର୍କଟ ରାଶିରେ ଚନ୍ଦ୍ର ଦିବା ୧୨ଟା ୧୨ମିନିଟ୍ ପରେ ମଘା ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ସନ୍ଧ୍ୟା ୭ଟା ପରେ ବରୀୟାନ ଯୋଗ । ବାଳବ କରଣ ଦିବା ୨ଟା ୧୩ମିନିଟ୍ ପରେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଦିବା ୧୨ଟା ୧୨ମିନିଟ୍ ପରେ କର୍କଟ, ମକର ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ରାତି ୩ଟା ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୩ଟା ପରେ ଆଗ୍ନେୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୨୫ମିନିଟ୍ ରୁ ୭ଟା ୨ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୩ଟା ୬ମିନିଟ୍, ଦିବା ୪ଟା ୪୩ମିନିଟ୍ ରୁ ସନ୍ଧ୍ୟା ୭ଟା ୪୩ମିନିଟ୍, ରାତ୍ର ୪ଟା ୨ମିନିଟ୍ ରୁ ୫ଟା ୨୫ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୭ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୮ଟା ୩୪ମିନିଟ୍ ରୁ ୧୦ଟା ୪୫ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ୩ଟା ୫୬ମିନିଟ୍ ।
ମେଷ:- ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କର୍ମଚାରୀ ମାନଙ୍କର ଉନ୍ନତି ହେବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ନୂଆ କାମ ନୂଆ ପ୍ରେରଣା ଦେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବୃଷ:- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:- ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ମିଳିବ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:- ଷ୍ଟେସନାରୀ, ଔଷଧ ବ୍ୟବସାୟୀମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ଶୁଭ ସମ୍ବାଦ ପାଇବେ ଓ ପରିବାରରେ ବ୍ୟକ୍ତିଗତ ସମସ୍ୟା ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ମଧୁର ହେବା ଫଳରେ ସୁଖ ଶାନ୍ତିରେ ଦିନଟି କାଟିବେ । ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନମନାନ୍ତର ଦୂରେଇ ଯିବ । ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:- ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ବ୍ୟବସାୟରେ ଉତ୍ତମ ଲାଭହେବ । ସରକାରୀ କର୍ମଚାରୀ ମାନଙ୍କର ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:- ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଆକସ୍ମିକ ଧନପ୍ରାପ୍ତି, ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ, ଶତ୍ରୁ ଓ ବିରୋଧୀମାନେ କିଛି ଅହିତ ସାଧନ କରି ପାରିବେ ନାହିଁ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆପଣଙ୍କର ସବୁସ୍ୱପ୍ନ ସାକାର ହେବ । ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ପାରିବେ । ନିଜ ଲୋକମାନେ ଶତୃତା ଆଚରଣ କରିବେ ଓ ଚୌରଭୟ ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:- ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ । ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଯଦି ବ୍ୟବସାୟ ବଢେଇବା ପାଇଁ କୌଣସି ଋଣ କରିବାକୁ ଇଛା କରୁଛନ୍ତି ତେବେ ସେଥିରେ କିଛି ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:- ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ଧର୍ମକାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:- ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମକର:- ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରିବେ । ବ୍ୟବସାୟୀମାନେ ଭଲ ଅର୍ଡର ପାଇବେ ଓ ଆୟ ପନ୍ଥାର ପରିବର୍ତ୍ତନ ଆସିବ । ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କଲେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କୁମ୍ଭ:- ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇ ଯିବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ପରିବାରରେ ସମୃଦ୍ଧତା ଓ ସନ୍ତୁଷ୍ଟିର ପରିବେଶ ରହିବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:- ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ । ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।