ଆଜିର ଭାଗ୍ୟଫଳ (ଗୁରୁବାର, ୨୩/୦୩/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୨୩ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଆଜି ୨୦୨୩ ମାର୍ଚ୍ଚ ୨୩ ତାରିଖ । ଗୁରୁବାର । ମୀନ ମାସ ୯ଦିନ । ଚୈତ୍ର ମାସ । ଶୁକ୍ଳ ପକ୍ଷ । ଦିତୀୟା ତିଥି । ରେବତୀ ନକ୍ଷତ୍ର । ମୀନ ରାଶିରେ ଚନ୍ଦ୍ର ଦିବା ୨ଟା ୯ମିନିଟ ପରେ ଅଶ୍ବିନୀ ନକ୍ଷତ୍ର । ମେଷ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ ସକାଳ ୬ଟା ୧୫ମିନିଟ୍ ପରେ ଇନ୍ଦ୍ର ଯୋଗ। ବାଳବ କରଣ ସକାଳ ୭ଟା ୧୬ମିନିଟ୍ ପରେ କୌଳବ କରଣ। ତୁଳା ଓ କୁମ୍ଭ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ-ବୋଇତିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୨୧ ମିନିଟ ପରେ ପୋଟଳ ନ ଖାଇଲେ ଭଲ। ଯୋଗିନୀ-ଉତ୍ତରେ ସନ୍ଧ୍ୟା ୬ଟା ୨୧ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦିତୀୟା ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ଦିବା ୫ଟା ୫୪ମିନିଟ୍, ଦିବ, ରାତ୍ରି ୧୧ଟା ୫୩ମିନିଟ୍ ରୁ ୧ଟା ୨୨ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୭ଟା ୨୮ମିନିଟ୍, ଦିବା ୧୦ଟା ୪୧ମିନିଟ୍ ରୁ ୧ଟା ୦୫ମିନିଟ୍, ରାତ୍ର ୨ଟା ୪୦ମିନିଟରୁ ୩ଟା ୨୮ମିନିଟ୍।
ମେଷ : ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦ୍ଉପଯୋଗ କରିବେ । ଦୂରଯାତ୍ରା କରିବେ । ଗୃହକୁ ବନ୍ଧୁଙ୍କ ଆଗମନ ହେବ । ବ୍ୟବସାୟ ଆଶାନୁରୂପକ ହେବ ।
ବୃଷ : ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳବାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
ମିଥୁନ : ଉଚ୍ଚଆଶା ଫଳବତୀ ହେବ । ରୋଜଗାର ଆଶନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।
କର୍କଟ : ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।
ସିଂହ : ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।
କନ୍ୟା : ବ୍ୟକ୍ତି ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ପ୍ରଚୁର ଧନ ଅର୍ଜନ କରିବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ । ସର୍ବସୁଖ ଲାଭ କରିପାରନ୍ତି । ପୁନର୍ବସୁ କ୍ଷେତ୍ରରେ ସାମାନ୍ୟ ଶୁଭଫଳ ।
ତୁଳା : ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ରାଜନୀତି ଆଡକୁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜି ପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ ।
ବିଛା : କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଧନୁ : ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି । ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ମକର : ସାମୂହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କଠାରୁ ଆଦର ମିଳିବ ।
କୁମ୍ଭ : ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ସମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସତର୍କରେ ଚଳିବାକୁ ପଡିବ ।
ମୀନ : ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଏକ ପତ୍ନୀ ବ୍ରତଧାରୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ସୁଖୀ ହେବେ ।