ଆଜିର ଭାଗ୍ୟଫଳ (ଗୁରୁବାର, ୨୪/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୨୪ । ଗୁରୁବାର । ମୀନ ମାସ ୧୦ ଦିନ । ଚୈତ୍ରମାସ । କୃଷ୍ଣପକ୍ଷ । ସପ୍ତମୀ ତିଥି । ଜ୍ୟେଷ୍ଠା ନକ୍ଷତ୍ର । ବିଛା ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ସକାଳ ୭ଟା ୨୮ମିନିଟ୍ ପରେ ବ୍ୟତିପାତ ଯୋଗ । ବିଷ୍ଟି କରଣ ଦିବା ୧ଟା ୧୩ମିନିଟ୍ ପରେ ବବ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । ସନ୍ଧ୍ୟା ୫ଟା ୨୯ ମିନିଟ୍ ପରେ ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ରାତି ୧୨ ଟା୧୦ ମିନିଟ୍ ପରେ ନଡିଆ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୧୨ଟା ୧୦ ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ୫ଟା ୫୫ମିନିଟ୍, ରାତ୍ରି ୧୧ଟା ୫୨ମିନିଟ୍ ରୁ ୧ଟା ୨୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୭ଟା ୨୭ମିନିଟ୍, ଦିବା ୧୦ଟା ୪୧ମିନିଟ୍ ରୁ ୧ଟା ୦୫ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ୩ଟା ୨୭ମିନିଟ୍ ।
ମେଷ:-ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଘରର ଗୁରୁଜନ ବା ମାଆ ବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଶାରିରୀକ ଅସୁସ୍ଥତା ଦୂରହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମିଥୁନ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚପଦରେ ରହିବେ । ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟରେ ପ୍ରଶଂସିତ ହେବେ । କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇ ପାରନ୍ତି । ଶତୃ ଓ ବିରୋଧୀମାନେ ଦୂରେଇଯିବେ । କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । କର୍ମକ୍ଷେତ୍ରରେ ଶାନ୍ତି ଦେଖା ଦେବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା:-ଶାରିରୀକ ଅସୁସ୍ଥତା ଦୂରହେବ । ଆର୍ଥିକସ୍ଥିତି ଅସନ୍ତୋଷପ୍ରଦ ହେବ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ନୂତନ କର୍ମ ନିଯୁକ୍ତି ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇ ଯିବ । ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ଲୋକଙ୍କୁ ନିଜର କରି ପାରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ଧନୁ:-ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇପାରେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମକର:-ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରି ପାରିବେ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ କରିବେ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ । ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ । ବହୁତ ପରିଶ୍ରମ କଲେ ସାମାନ୍ୟ ଅର୍ଥ ଲାଭ ହେବ । କର୍ମକ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।