ଆଜିର ଭାଗ୍ୟଫଳ (ମଙ୍ଗଳବାର, ୦୫ /୦୭/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ଜୁଲାଇ ୫ ତାରିଖ । ମଙ୍ଗଳବାର । ମିଥୁନ ମାସ୨୧ଦିନ । ଆଷାଢ ମାସ । ଶୁକ୍ଳ ପକ୍ଷ । ଷଷ୍ଠୀ ତିଥି । ପୂର୍ବା ଫାଲଗୁନୀ ନକ୍ଷତ୍ର ଦିବା ୧୦ଟା ୨୯ମିନିଟ୍ ପରେ ଉତ୍ତରାଫାଲଗୁନୀ ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ଦିବା ୧୨ଟା ୧୪ମିନିଟ୍ ପରେ ବରୀୟାନ ଯୋଗ । କୌଳବ କରଣ ସକାଳ ୭ଟା ୫ମିନିଟ୍ ପରେ ତୈତିଳ କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର ଦିବା ୪ଟା ୫୧ମିନିଟ୍ ପରେ ବୃଷ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୨୮ମିନିଟ୍ ପରେ ତାଳ ନ ଖାଇଲେ ଭଲ ।
ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୭ଟା ୨୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୫ମିନିଟ୍ ରୁ ୮ଟା ୩୩ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୩ଟା ୮ମିନିଟ୍, ରାତ୍ରି ୭ଟା ୪୭ମିନିଟ୍ ରୁ ୯ଟା ୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୭ମିନିଟ୍ ରୁ ୬ଟା ୫୪ମିନିଟ୍, ଦିବା ୯ଟା ୪୦ମିନିଟ୍ ରୁ ଦିବା ୧୨ଟା ୧୬ମିନିଟ୍, ଦିବା ୪ଟା ୪୮ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ୭ଟା ୮ମିନିଟ୍, ରାତ୍ର ୯ଟା ୯ମିନିଟ୍ ରୁ ୧୦ଟା ୧ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ରାତ୍ର ୨ଟା ୨୨ମିନିଟ୍ । ପର୍ବଦିନ- ହେରାପଞ୍ଚମୀ, ବିପତ୍ତାରିଣୀ ବ୍ରତ ।
ମେଷ:-ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହଯୋଗରେ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । ବାକ୍ୟ ସଂଯମତା ନରଖିଲେ କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ । ମାଲିମୋକଦ୍ଦମାର ଭୟ ରହିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଗୃହୋପକରଣ କ୍ରୟ କରିବେ । ବିଦ୍ୟାରେ ଉନ୍ନତି କରିବେ । ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗ ସୃଷ୍ଟି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମିଥୁନ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ସିଂହ:-ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ । ଶରୀରପୀଡ଼ା ଭୋଗ କରି ପାରନ୍ତି । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ପ୍ରତିକାର- ଧଳାରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ପ୍ରତିକାର- ନାଲି ଚନ୍ଦନ ବା ସିନ୍ଦୁର ମସ୍ତକରେ ଧାରଣ କରନ୍ତୁ ।
ଧନୁ:-ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସଫଳତା ମିଳିବା ସହ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ମନ ଖୁସି ରହିବ । କେହି କୌଣସି କ୍ଷତି କରିପାରିବେ ନାହିଁ । ପଢିବା, ପଢେଇବାରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
ମୀନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।