ଆଜିର ଭାଗ୍ୟଫଳ (ମଙ୍ଗଳବାର, ୨୫ /୦୪/୨୦୨୩), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଅଦ୍ୟ ଅପ୍ରେଲ ମାସ ୨୫ ତାରିଖ ୨୦୨୩ ମସିହା (ମଙ୍ଗଳବାର) । ଶକାବ୍ଦ -୧୯୪୪ । ସମ୍ବତ -୨୦୮୦ । ଦିଲ୍ଲୀ ସ୍ୱରାଦ୍ଧ-୧୪୩୦। ସମ୍ବତ୍ସର-ଅନଳ। ବୈଶାଖ ମାସ-ଶୁକ୍ଳପକ୍ଷ। ତିଥି- ପଞ୍ଚମୀ ଦିବା ଘ୦୯/୨୪ ପର୍ୟ୍ୟନ୍ତ ତଦନ୍ତେ ଷଷ୍ଠୀ । ନକ୍ଷତ୍ର- ଆର୍ଦ୍ରା ରାତ୍ରି ଘ୦୪/୫୧ ପର୍ୟ୍ୟନ୍ତ ତଦନ୍ତେ ପୁନର୍ବସୁ । ଚନ୍ଦ୍ର-ମିଥୁନ । ଯୋଗ- ଅତିଗଣ୍ଡ । କରଣ – ବାଳବ । ସୌରମାସ- ମେଷ ୧୨ ଦିନ । ସୁର୍ୟୋଦୟ-ପ୍ରାତଃ ଘ୦୫/୨୬/୩୯ । ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୦୯ । ଯୋଗିନୀ ଦକ୍ଷିଣେ ଦିବା ଘ୦୯/୨୪ ପର୍ୟ୍ୟନ୍ତ ତଦନ୍ତେ ପଶ୍ଚିମେ । କନ୍ୟା ରାଶିର ଘାତଚନ୍ଦ୍ର। ମକର ରାଶିର ଘାତବାର। ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । କାଳବେଳା-ଦିବା ଘ୧୦/୨୦ ଗତେ ଘ୦୨/୫୫ ମଧ୍ୟେ । ବାରବେଳା – ଦିବା ଘ୦୭/୦୧ ଗତେ ଘ୦୮/୩୭ ମଧ୍ୟେ । ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୮/୩୯ ଗତେ ଘ୧୦/୧୩ମଧ୍ୟେ ଓ ଦିବା ଘ୦୪/୩୭ ଗତେ ଘ୦୬/୫୪ ମଧ୍ୟେ ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି । ଅଦ୍ୟ ବେଲ ଦିବା ଘ୦୯/୨୪ ଗତେ ନିମ୍ବ ଭକ୍ଷଣ ନିଷେଧ ।
ମେଷ :ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ : ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ : ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ : ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ : ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା : ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା : ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା : ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ : ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର : ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
କୁମ୍ଭ : ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ : ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।