ଆଜିର ଭାଗ୍ୟଫଳ (ଗୁରୁବାର, ୦୮/୦୯/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ସେପ୍ଟେମ୍ବର ୮ତାରିଖ । ଗୁରୁବାର । ସିଂହମାସ ୨୩ଦିନ । ଭାଦ୍ରବ ମାସ । ଶୁକ୍ଳ ପକ୍ଷ । ତ୍ରୟୋଦଶୀ ତିଥି । ଶ୍ରବଣା ନକ୍ଷତ୍ର ଦିବା ୧ଟା ୪୫ମିନିଟ୍ ପରେ ଧନିଷ୍ଠା ନକ୍ଷତ୍ର । ମକର ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ । କୌଳବ କରଣ ଦିବା ୧୦ଟା ୩୪ମିନିଟ୍ ପରେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ରାତି ୯ଟା ୩ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୯ଟା ୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୪୮ମିନିଟ୍ ରୁ ୫ଟା ୫୨ମିନିଟ୍, ରାତ୍ରି ୧୧ଟା ୪୪ମିନିଟ୍ ରୁ ୧ଟା ୧୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୨ଟା ୫୬ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ୩ଟା ୧୪ମିନିଟ୍ ।
ମେଷ:-ବ୍ୟବସାୟିକ କ୍ଷେତ୍ରରେ ସଫଳତା ମିଳିବା ସହ ବକେୟା ଅର୍ଥ କିଛି ଆଦାୟ ହୋଇପାରେ । ଆୟ ଉପାର୍ଜ୍ଜନ ଅପରିବର୍ତ୍ତିତ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ଆୟର ସ୍ରୋତ ଖୋଲିଯିବ ଓ ଆର୍ଥିକସ୍ଥିତି ସୁଦୃଢ ହେବ । ଭଲ ଚାକିରୀ ମଧ୍ୟ ମିଳିବ । ବିଦେଶକୁ ଯାତ୍ରା କରିପାରିବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଦାମ୍ପତ୍ୟ କଳହ ଓ ପରିବାରର ମାମଲା ସମାଧାନ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସାଙ୍ଗମାନଙ୍କ ପାଖରେ ଅତ୍ୟନ୍ତ ପ୍ରିୟ ହେବେ । ଦାନ ପୂଣ୍ୟ ଆଦି କାର୍ଯ୍ୟରେ ରୁଚି ବଢ଼ିବ । କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ମିଳିପାରେ । ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । ଆପଣଙ୍କ ଚେଷ୍ଟା ଓ ନେତୃତ୍ୱ ଦ୍ୱାରା ବଡ଼ କାର୍ଯ୍ୟ ହୋଇ ପାରେ । ରାଜନୀତି କ୍ଷେତ୍ରରେ ଇଛିତ ଫଳ ପ୍ରାପ୍ତ ହେବ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-ଜମି କ୍ରୟ ବା ବିକ୍ରୟ କରିବା ସହ ନୂତନ ବାହନ କ୍ରୟ କରିବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ପରିବେଶ ଶାନ୍ତିମୟ ରହିବ । କୌଣସି କାର୍ଯ୍ୟକୁ ନେଇ ଯାତ୍ରା କରିବାର ସମ୍ଭାବନା ରହିଛି । ଜୀବନସାଥୀଙ୍କ ସମ୍ପର୍କରେ ମଧୁରତା ବୃଦ୍ଧି ପାଇବ । ପ୍ରେମ ସମ୍ପର୍କକୁ ନେଇ ବହୁତ ସକ୍ରିୟ ରହିବେ । ରାଜନୀତି କ୍ଷେତ୍ରରେ ନିଜର କ୍ଷମତାକୁ ଉପଯୋଗ କରି ଉଚ୍ଚପଦ ପ୍ରାପ୍ତି ହୋଇପାରେ । ସେୟାର ମାର୍କେଟରେ ନିବେଶ କଲେ ଲାଭ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ପରିଶ୍ରମ ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ଓ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମୟର ସଦୁପଯୋଗ କରି ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଅବିବାହିତ ମାନକ ପାଇଁ ବିବାହସ୍ଥିର ହବ । କୌଣସି ବିଶିଷ୍ଠ କାର୍ଯ୍ୟରେ ଆପଣ ସମ୍ମାନିତ ହେବେ । ପ୍ରେମିକ ପ୍ରେମିକାଙ୍କୁ କିଛି ଉପହାର ଦେବା ପାଇଁ ବିଚାର କରିବେ । କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । ମନ ଆନନ୍ଦ ଓ ଉତ୍ସାହ ପୂର୍ଣ୍ଣ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-ବ୍ୟବସାୟରେ ପରିଶ୍ରମ କଲେ ଭଲଲାଭ ମିଳିବ ଓ ଆୟରେ ବୃଦ୍ଧି ହେବ । ବିବରୀତ ଲିଙ୍ଗ ଲୋକମାନେ ଆପଣଙ୍କ ପ୍ରତି ଆକର୍ଷିତ ରହିବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । କୌଣସି ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ । କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ । ଭ୍ରମଣ କରିବାର ସୁଯୋଗ ଅଛି । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସବୁ କାର୍ଯ୍ୟ ଠିକ ସମୟରେ ସମ୍ପୂର୍ଣ୍ଣ କରିବେ । ଉଚ୍ଚସଂସ୍ଥାରୁ କାର୍ଯ୍ୟର ଡାକରାପାଇ ଶୁଭଫଳ ପାଇବେ । ଋଣ ପରିଶୋଧ କରିବାସହ ଋଣପ୍ରାପ୍ତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ମାନସିକ ସ୍ଥିତି ବହୁତ ଭଲ ରହିବ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହବ । ପୁରୁଣା କାର୍ଯ୍ୟରେ ଲାଭ ମିଳିବ ଓ କିଛି ନୂଆ କାର୍ଯ୍ୟ ଆରମ୍ଭକରି କାର୍ଯ୍ୟକ୍ଷେତ୍ରରେ ପ୍ରସଂଶନୀୟ ହେବେ । ଆଜି ଆପଣଙ୍କର ଦିନଟି ବହୁତ ସୁଖ ଶାନ୍ତିରେ କଟିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ଧନୁ:-ସମ୍ପତ୍ତି ବିକିବାକୁ ଚାହୁଥିଲେ ଭଲ ଗ୍ରାହକ ମିଳିଯିବେ । ବ୍ୟବସାୟରେ ଅଧିକ ବିକ୍ରୟ ହେବାରୁ ଆପଣଙ୍କ ମନ ଖୁସି ରହିବ । ପରିବାର ପ୍ରତି ଆପଣଙ୍କ ଦାଇତ୍ଵ ଅଧିକ ବଢିବା ସହ ଭାଇ ଭଉଣୀଙ୍କ ସହ ସମ୍ପର୍କ ବହୁତ ଭଲ ରହିବ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ସାମାଜିକ କାର୍ଯ୍ୟରେ ଦାଇତ୍ଵ ବଢିବ ଓ ଲୋକମାନେ ଆପଣଙ୍କୁ ପ୍ରଶଂସା କରିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ବସ୍ତୁ କ୍ରୟ କରିପାରିବେ । ସାମାଜିକ କ୍ଷେତ୍ର ଓ ଆର୍ଥିକ ସ୍ଥିତି ସୁଦୃଢ ରହିବ । ନିଜ ଉପରେ ଆତ୍ମ ବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । ପୁରାତନ ରୋଗର ଉପଶମ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।