ଦେଶରେ ଆଉ ୪୨,୬୪୦ କରୋନା ସଂକ୍ରମିତ ଚିହ୍ନଟ ଓ ୧,୧୬୭ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୬୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୧୦୦ ଟପିଛି । ସେହିପରି ଦେଶରେ ୯୧ ଦିନ ପରେ ସବୁଠାରୁ କମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୪୨ହଜାର ୬୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ହଜାର ୧୬୭ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୯୭ହଜାର ୭୪୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୯ଲକ୍ଷ ୭୭ହଜାର ୮୬୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୮୯ହଜାର ୩୦୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୮୯ଲକ୍ଷ ୨୬ହଜାର ୦୩୮ଜଣ ସୁସ୍ଥ ହୋଇଥିବା ବେଳେ ୬ଲକ୍ଷ ୬୨ହଜାର ୫୨୧ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।