ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ : କୁମାର ପୂର୍ଣ୍ଣିମା ଉପଲକ୍ଷେ ବୁଧବାର ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଆଜି ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ ।
ସେପଟେ ଗୁରୁବାର ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବା ବେଳେ ଯେଉଁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ କରିବେ ସେମାନେ ଆଜି ସଙ୍କଳ୍ପ କରିଛନ୍ତି । ତେବେ ଆଜି ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ସହ ସୁରୁଖୁରୁରେ ମହାପ୍ରସାଦ ପାଇ ପାରିବେ ସେନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।