ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୫୭ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୫୪୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୫୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦ ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୩୨,୩୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୦୦,୨୮୨ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୫୮୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୪୧୫ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।