ରାଜ୍ୟରେ କରୋନା ସଂକ୍ରମିତ ଆଉ ୩୮ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲା ରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୮୩,୪୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୪୪,୮୦୧ ଜଣ ସୁସ୍ଥ ହୋଇଥିବା ବେଳେ ୩୪,୯୬୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୬୭୧ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।