ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୦ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୯୧୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୯ଜଣ ରହିଥିବା ବେଳେ ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩ହଜାର ୮୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୯୩,୫୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୫୬,୪୯୮ ଜଣ ସୁସ୍ଥ ହୋଇଥିବା ବେଳେ ୩୩,୧୫୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୭୧୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।