ରାଜ୍ୟରେ କରୋନା ସଂକ୍ରମିତ ଆଉ ୩୯ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୪୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼, ନୟାଗଡ଼ ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ସୁନ୍ଦରଗଡ଼ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୋନପୁର ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩ହଜାର ୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୦୦,୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୬୩,୮୨୪ ଜଣ ସୁସ୍ଥ ହୋଇଥିବା ବେଳେ ୩୨,୭୦୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୮୮୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।