ରାଜ୍ୟରେ ଆଉ ୨,୯୧୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୯୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୬୭୭ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର ୨୪୦ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୧୯ହଜାର ୦୨୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮୬ଜଣ ଥିବାବେଳେ ବାଲେଶ୍ୱରରୁ ୨୩୭ଜଣ, ବରଗଡ଼ରୁ ୨୨ଜଣ, ଭଦ୍ରକରୁ ୧୬୩ଜଣ, ବଲାଙ୍ଗୀରରୁ ୭ଜଣ, ବୌଦ୍ଧରୁ ୧୯ଜଣ, କଟକରୁ ୪୨୨ଜଣ, ଦେଓଗଡ଼ରୁ ୫ଜଣ, ଢେଙ୍କାନାଳରୁ ୭୭ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୨୧ଜଣ, ଜଗତସିଂହପୁରରୁ ୧୧୯ଜଣ, ଯାଜପୁରରୁ ୨୧୮ଜଣ, ଝାରସୁଗୁଡାରୁ ୮ଜଣ, କଳାହାଣ୍ଡିରୁ ୨୧ଜଣ, କନ୍ଧମାଳରୁ ୧୩ଜଣ, କେନ୍ଦ୍ରାପଡ଼ାରୁ ୭୯ଜଣ, କେନ୍ଦୁଝରରୁ ୭୫ଜଣ, ଖୋର୍ଦ୍ଧାରୁ ୫୪୯ଜଣ, କୋରାପୁଟରୁ ୫୫ଜଣ, ମାଲକାନଗିରିରୁ ୫୯ଜଣ, ମୟୁରଭଞ୍ଜରୁ ୧୫୯ଜଣ, ନବରଙ୍ଗପୁରରୁ ୧୯ଜଣ, ନୟାଗଡ଼ରୁ ୯୬ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୩୨ଜଣ, ରାୟଗଡ଼ାରୁ ୫୩ଜଣ, ସମ୍ବଲପୁରରୁ ୨୨ଜଣ, ସୋନପୁରରୁ ୧୨ଜଣ, ସୁନ୍ଦରଗଡ଼ରୁ ୪୮ଜଣ ଏବଂ ରାଜ୍ୟ ପୁଲ୍ରୁ ୧୦୧ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୧୯,୦୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୮୪,୨୬୨ ଜଣ ସୁସ୍ଥ ହୋଇଥିବା ବେଳେ ୩୦ହଜାର ୫୫୭ଜଣ ସକ୍ରିୟ ମାମଲା ରହିଛି ।