ରାଜ୍ୟରେ ଆଉ ୨,୬୦୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୨ହଜାର ୬୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୪୯୫ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର ୧୦୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୨୯ହଜାର ୭୮୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୯୯ଜଣ ଥିବାବେଳେ ବାଲେଶ୍ୱରରୁ ୧୬୪ ଜଣ, ବରଗଡ଼ରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗୀରରୁ ୫, ବୌଦ୍ଧରୁ ୨୧, କଟକରୁ ୩୯୭, ଦେବଗଡ଼ରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତ୍ସିଂହପୁରରୁ ୯୧, ଯାଜପୁରରୁ ୧୮୩, ଝାରସୁଗୁଡ଼ାରୁ ୨୬, କଳାହାଣ୍ଡିରୁ ୯, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୨୯, କୋରାପୁଟ୍ରୁ ୩୨, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୮, ନୟାଗଡ଼ାରୁ ୬୨, ନୂଆପଡ଼ାରୁ ୫, ପୁରୀରୁ ୧୭୪, ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୬୪ ଏବଂ ରାଜ୍ୟ ପୁଲ୍ରୁ ୧୦୧ ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୨୯,୭୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୯୭,୩୬୨ ଜଣ ସୁସ୍ଥ ହୋଇଥିବା ବେଳେ ୨୮ହଜାର ୧୫ଜଣ ସକ୍ରିୟ ମାମଲା ରହିଛି ।