ରାଜ୍ୟରେ ଆଉ ୧,୯୨୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୯୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୫୯ହଜାର ୯୮୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫୫ ଜଣ ଥିବାବେଳେ ବାଲେଶ୍ୱରରୁ ୧୧୧ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୨୪୮ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୭୫ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୯୧ ଜଣ, ଯାଜପୁରରୁ ୧୨୩ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, କେନ୍ଦୁଝରରୁ ୩୨ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୧୮ ଜଣ, ମୟୁରଭଞ୍ଜରୁ ୯୦ ଜଣ, ନବରଙ୍ଗପୁରରୁ୧୫ ଜଣ, ନୟାଗଡ଼ରୁ ୬୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୩ ଜଣ, ରାୟଗଡ଼ାରୁ ୨୨ ଜଣ, ସମ୍ୱଲପୁରରୁ ୩୩ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୩୮ ଓ ରାଜ୍ୟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୫୯,୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୩୫,୦୦୭ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୬୮୫ ଜଣ ସକ୍ରିୟ ମାମଲା ରହିଛି ।