ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
![](https://thetruths.in/wp-content/uploads/2022/04/Puri-Jaga-Darshan-Closed.jpg)
ପୁରୀ : ଆଜି ବୈଶାଖ କୃଷ୍ଣ ଦ୍ଵାଦଶୀ ତିଥି। ଏହି ପରିପ୍ରେକ୍ଷୀରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ ।
ପଇତା ଲାଗି ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ପରେ ପଇତା ଲାଗି ନୀତି ଆରମ୍ଭ ହେବ । ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।
ଏହି ପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଟୀ ଗତ ସେବା ଅଟେ । ଶ୍ରୀଜୀଉମାନଙ୍କଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ପାଇଁ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।