ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ, ୧୫ରୁ ଅଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର : ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଏହି ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ଉଭୟ ବୈଠକ ହେବ । ପ୍ରାୟ ୧୫ରୁ ଅଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର ।
ବୈଠକରେ ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ । ପ୍ରାୟ ୨୫ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ । ମନ୍ତ୍ରୀ ପରିଷଦର ଅନୁମୋଦନ ପରେ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ହେବ । ଏହା ବାଦ୍ କ୍ୟାବିନେଟ୍ ବୈଠକରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି । ପ୍ରାୟ ୧୫ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିପାରେ ବୋଲି ଜଣାପଡିଛି । ସୂଚନା ଯେ, ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ହଜାର କୋଟି ଟଙ୍କାର ବଜେଟ୍ ଆସିଥିଲା ।