ଆଜି ରାଜ୍ୟରେ ବର୍ଷା ଓ ବଜ୍ରପାତ ସମ୍ଭାବନା, ୧୦ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କାଳବୈଶାଖୀ ଓ ବଜ୍ରପାତ ନେଇ ୧୦ଟି ଜିଲା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅକ୍ଟୋବର ୨ରୁ ୩ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହିତ ଅଳ୍ପ କିଛିସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଅକ୍ଟୋବର ୩ରୁ ୪ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏଯାବତ ସମ୍ବଲପୁରରେ ୩୪.୫ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ସୁନ୍ଦରଗଡ଼ରେ ୨୦.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।