ଆଜିର ଭାଗ୍ୟଫଳ (ରବିବାର, ୧୨ /୦୬/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ଜୁନ ୧୨ତାରିଖ । ରବିବାର । ବୃଷମାସ ୨୯ଦିନ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ । ତ୍ରୟୋଦଶୀତିଥି । ବିଶାଖା ନକ୍ଷତ୍ର ।ତୁଳାରାଶିରେ ଚନ୍ଦ୍ର । ଶିବ ଯୋଗ । କୌଳବ କରଣ ଦିବା ୧ଟା ୫୯ମିନିଟ୍ ପରେ ତୈତିଳ କରଣ । ମେଷ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୧୨ଟା ୨୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ୧ଟା ୨୫ମିନିଟ୍, ରାତ୍ରି ୧ଟା ୭ମିନିଟ୍ ରୁ ୨ଟା ୨୮ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୫୭ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୩୭ମିନିଟ୍ ରୁ ୪ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୭ଟା ୪୭ମିନିଟ୍, ରାତ୍ର ୧୦ଟା ୪୨ମିନିଟ୍ ରୁ ରାତ୍ର ୧୨ଟା ୫୦ମିନିଟ୍ ।
ମେଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ, ସହଯୋଗ କରିବେ । କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ । ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଶାରିରୀକ ସୁସ୍ଥତା ଦେଖା ଦେବ । ଅଧୁରା କାର୍ଯ୍ୟ ପୂରଣ କରି କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ତୁଳା:-ଶତୃମାନେ ମଥାନତ କରିବେ । ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇଯିବ । ପୁରାତନ ରୋଗର ଉପସମ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟବୃଦ୍ଧି ହୋଇ ଋଣମୁକ୍ତିର ରାସ୍ତା ପରିଷ୍କାର ହୋଇ ଯିବ । ନିଜଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ମନଖୁସି ରହିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:- ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ନୂତନ ସଂସ୍ଥାର ଆୟୋଜନ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-ନୂଆ କାମ ନୂଆ ପ୍ରେରଣା ଦେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।