ଜାରି ହେଲା ଆଜିର ପେଟ୍ରୋଲ-ଡିଜେଲର ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କ’ଣ ରହିଛି ରେଟ୍
ନୂଆଦିଲ୍ଲୀ : ଆଜି (ଗୁରୁବାର) ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଆଜି ଲଗାତର ୫୪ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ଆଜି ମଧ୍ୟ ଅଶୋଧିତ ତୈଲ ଦର ୧୦୦ ଡଲାର ତଳକୁ ଖସି ରହିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୯.୩୯ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୫.୮୯ ଡଲାରକୁ ଖସି ଆସିଛି ।
ଇଣ୍ଡିଆନ ଅଏଲ କୋର୍ପୋରେଶନ ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ-ବୃଦ୍ଧି ଓ ସ୍ଥିରତା ଦେଖାଦେଇଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୧.୩୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୨୮ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୫.୭୬ ଟଙ୍କା ଥିଲା ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍ :
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।