ଆଜିର ପେଟ୍ରୋଲ ଓ ଡିଜେଲ ଦର ଜାରି, ତେଲ ପକାଇବା ପୂର୍ବରୁ ଜାଣନ୍ତୁ କେତେ ରହିଛି ରେଟ
ନୂଆଦିଲ୍ଲୀ : ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ବୃଦ୍ଧି ଲାଗିରହିଛି । ସେପଟେ ଭାରତୀୟ ଘରୋଇ ବଜାରରେ ଦୀର୍ଘ ୧୭୪ ଦିନ ଧରି ପେଟ୍ରୋଲ ଓ ଡିଜେଲ ଦରରେ ଖାସ୍ ପରିବର୍ତ୍ତନ ଦେଖିବାକୁ ମିଳିନାହିଁ । ଏହି ସମୟରେ ଆଜି (ଶୁକ୍ରବାର) ଅର୍ଥାତ ନଭେମ୍ୱର ୧୧ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଦେଶରେ ୭ ଧରି ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଶେଷ ପରିବର୍ତ୍ତନ ଚଳିତ ବର୍ଷ ମେ’ ୨୨ରେ କରାଯାଇଥିଲା । ପ୍ରତିଦିନ ସକାଳେ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରନ୍ତି ।
ଏଠାରେ କହି ରଖୁଛୁ ଯେ, ଭାରତୀୟ ତୈଳ ନିଗମ (ଆଇଓସି), ଭାରତ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (ବିପିସିଏଲ) ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (ଏଚପିସିଏଲ) ଲଗାତାର ୭ ମାସ ଧରି ତୈଳ ଦରରେ ପରିବର୍ତ୍ତନ କରିନାହାଁନ୍ତି । ଶୁକ୍ରବାର ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୯୩.୮୦ ଡଲାର ରହିଛି । ସେପଟେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୦ ଡଲାରକୁ ଖସି ଆସିଛି । ବର୍ତ୍ତମାନ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୬.୭୫ ଡଲାର ରହିଛି । ଆଇଓସି ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି ।
ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଇଣ୍ଡିଆନ୍ ଅଏଲ୍ ୱେବସାଇଟ୍ ଅନୁଯାୟୀ, ଆଜି ନୋଏଡା ଓ ଗ୍ରେଟର ନୋଏଡାରେ ପେଟ୍ରୋଲର ମୂଲ୍ୟ ୨୯ ପଇସା ହ୍ରାସ ପାଇ ଲିଟର ପିଛା ୯୬.୬୫ ଟଙ୍କା ଓ ଡିଜେଲ ୨୯ ପଇସା ହ୍ରାସ ପାଇ ୮୯.୮୨ ଟଙ୍କା ରହିଛି । ଏହା ବ୍ୟତୀତ ଗାଜିଆବାଦରେ ପେଟ୍ରୋଲ ମୂଲ୍ୟରେ ୧୮ ପଇସା ବୃଦ୍ଧି ଘଟିଛି, ଏହା ପରେ ଏଠାରେ ୧ ଲିଟର ପେଟ୍ରୋଲର ମୂଲ୍ୟ ୯୬.୫୮ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ତୈଳ ଦରରେ ହ୍ରାସ ଘଟିଛି ।
ଅନ୍ୟପକ୍ଷେ ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୫ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।
ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୫ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୬୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍ :
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆରଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ ।
ସୂଚନା ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।