ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର : ଜଣେ ମୃତ, ଜଣେ ଗୁରୁତର

କଳାହାଣ୍ଡି : କଳାହାଣ୍ଡି ଜିଲା ଜୟପାଟଣା ଥାନା ବାଘଖୋଲା ନିକଟରେ ଓଲଟି ପଡିଲା ବାଲି ବୋଝେଇ ଟ୍ରାକ୍ଟର । ଏଥିରେ ଶ୍ରମିକ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନା ଯେ, ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏଥିରେ ଥିବା ଜଣେ ଶ୍ରମିକ ପ୍ରାଣ ହରାଇଛନ୍ତି । ମୃତ ଶ୍ରମିକ ହେଲେ ଖିରସିନ୍ଧୁ ରାଉତ(୧୯)। ଟ୍ରାକ୍ଟରର ଡ୍ରାଇଭର ଗୁରୁତର ହୋଇଛନ୍ତି । ଗୁରୁତର ଡ୍ରାଇଭର ହେଲେ ଖିତିରାମ ରଣା (୨୦) । ପୋଲିସ ଟ୍ରାକ୍ଟର ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।