ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

ଭୁବନେଶ୍ୱର : ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆବଶ୍ୟକ ତଥ୍ୟ ଦେଲେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ମିଳିବ ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ରେ ଲେଖିଛନ୍ତି । ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ହେଉଛି ରାଜେନ୍ଦ୍ର ମହାବିଦ୍ୟାଳୟ। ଏହି ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି)ରେ ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଯାଇଛି। ଏହା ନିଶ୍ଚିତ ଭାବେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆଙ୍କାକ୍ଷା ପୂରଣ କରିବ। ଏଥିସହ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସଂପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଧାନ କଲେ, ୟୁଜିସି ଅଧିନିୟମ ଅନୁଯାୟୀ କେନ୍ଦ୍ରୀୟ ଅନୁଦାନ ପାଇପାରିବ । ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ । ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସହ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟସଭା ସାଂସଦ ସୁବାସ ଚନ୍ଦ୍ର ସିଂହ, ମୁଜିବୁଲା ଖାନ, ମମତା ମହାନ୍ତ ଏବଂ ପୂର୍ବତନ ସାଂସଦ କଳିକେଶ ସିଂହହେଓ ଏନେଇ ଅବଗତ କରାଇଥିଲେ ।