ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ, ମାହୁନ୍ତକୁ କଚାଡି ହାତୀ ଫେରାର
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି ।
ସୂଚନା ଯେ, ଆଜି ଉଲୁଣ୍ଡା ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।