ବିଜେପିର ରାଜ୍ୟସଭା ସଂସଦୀୟ ଦଳ ନେତା ହେଲେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ବିଜେପିର ରାଜ୍ୟସଭା ସଂସଦୀୟ ଦଳ ନେତା ଭାବେ ନିଯୁକ୍ତି ପାଇଛନ୍ତି। ପୂର୍ବରୁ ଥାୱରଚନ୍ଦ ଗେହଲଟ ରାଜ୍ୟସଭାରେ ବିଜେପି ସଂସଦୀୟ ଦଳ ନେତା ଭାବେ କାର୍ଯ୍ୟ କରୁଥିଲେ। କିନ୍ତୁ ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ସେ କର୍ଣ୍ଣାଟକର ୧୯ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପରେ ଏହି ପଦବୀ ଖାଲି ପଡ଼ିଥିଲା। ଏବେ ପୀୟୂଷ ଗୋୟଲ ଗେହଲଟଙ୍କ ସ୍ଥାନରେ ଏହି ପଦରେ ନିଯୁକ୍ତି ପାଇଛନ୍ତି ।
ଗୋୟଲ ଆସନ୍ତା ମୌସୁମୀ ଅଧିବେଶନରୁ ବିଧିବଦ୍ଧ ଭାବେ ନିଜର କାମ ଆରମ୍ଭ କରିବେ। ବର୍ତ୍ତମାନ ପୀୟୂଷ ଗୋୟଲ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ଭାବେ କାର୍ଯ୍ୟରତ ।