ଆଜିଠୁ ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷଙ୍କ ପାଇଁ ଟିକାକରଣ ଆରମ୍ଭ
ଭୁବନେଶ୍ୱର : ସପ୍ତାହାନ୍ତ ସଟଡାଉନ ପରେ ଆଜିଠୁ ୧୮ରୁ ୪୪ ବର୍ଷ ବ୍ୟକ୍ତିଙ୍କ ପାଇଁ ଭୁବନେଶ୍ୱରରେ ଟିକାକରଣ ଆରମ୍ଭ ହୋଇଛି । ଭାରତ ବାୟୋଟେକ୍ ରୁ ଦେଢ଼ ଲକ୍ଷ ଡୋଜ୍ କୋଭାକ୍ସିନ୍ ଟିକା ପାଇବା ପରେ ଭୁବନେଶ୍ୱରରେ ଏହି ଟିକାକରଣ ଆରମ୍ଭ ହୋଇଛି । ଯେଉଁମାନେ କୋୱିନ୍, ଆରୋଗ୍ୟ ସେତୁ କିମ୍ବା ଉମଙ୍ଗ ଆପ୍ ଜରିଆରେ ପଞ୍ଜୀକରଣ କରି ସ୍ଲଟ ପାଇଥିବା ୧୮ ବର୍ଷରୁ ଅଧିକ ଓ ୪୪ ବର୍ଷର ବ୍ୟକ୍ତିଙ୍କୁ ଟିକା ଦିଆଯାଉଛି ।
ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷର ପ୍ରାୟ ୫ ଲକ୍ଷ ନାଗରିକଙ୍କୁ ଟିକା ଦେବା ପାଇଁ ଟାର୍ଗେଟ ରହିଛି । ଜୁନ୍ ମାସ ଶେଷ ସପ୍ତାହ କିମ୍ବା ଜୁଲାଇ ଭିତରେ ଏହି ବର୍ଗର ସମସ୍ତ ନାଗରିକଙ୍କୁ ଦ୍ୱିତୀୟ ଡୋଜ୍ ଦେବା ପାଇଁ ଯୋଜନା ରହିଛି । ସକାଳ ୮ରୁ ଦିନ ଗୋଟାଏ ଯାଏ ୧୮ରୁ ୪୪ ବର୍ଗର ବ୍ୟକ୍ତିଙ୍କୁ ଟିକା ଦିଆଯିବ । ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଅପରାହ୍ନ ୩ଟାରୁ ସଂଧ୍ୟା ୬ଟା ଯାଏ ଟିକା ଦିଆଯିବ ।