ଆଜିଠୁ ଆରମ୍ଭ ହେବ ବିଶ୍ବକର୍ମା ଯୋଜନା, ଉପକୃତ ହେବେ କୌଳିକ ବୃତ୍ତି କରୁଥିବା ଲୋକ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମ ଦିନ। ମୋଦୀଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟି ଅନେକ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛି । ରକ୍ତ ଦାନ ଶିବିର, ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ସ୍ୱଚ୍ଛତା ଅଭିଯାନ ଆଦି କାର୍ଯ୍ୟକ୍ରମ କରିବ ବିଜେପି। ଏହି ଅବସରରେ ଦେଶରେ ଆରମ୍ଭ ହେବ ବିଶ୍ବକର୍ମା ଯୋଜନା।
ବିଶ୍ୱକର୍ମା ଯୋଜନାରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସହାୟତା ମିଳିବ। କୌଳିକ ବୃତ୍ତି କରୁଥିବା ଲୋକ ଉପକୃତ ହେବେ। ତେବେ ‘ବିଶ୍ୱକର୍ମା ଯୋଜନା’ ଅଧୀନରେ ବୃତ୍ତିଗତ ବ୍ୟବସାୟୀଙ୍କୁ ସର୍ବାଧିକ ୫% ସୁଧରେ ୧ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବ। ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱକର୍ମା ଯୋଜନା ଲାଗୁ କରାଯିବ ବୋଲି କହିଥିଲେ।