ହିଞ୍ଜିଳି ଓ ଶେରଗଡ଼ର ପୌର ଓ ପଂଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
![](https://thetruths.in/wp-content/uploads/2022/04/CM-Naveen-Patnaik-6.jpg)
ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଂଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସନ୍ଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଂଚଳର ପୌରାଂଚଳ ଓ ପଂଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଂଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଂଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍ ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଂଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ ।