୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଜାରି ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଂଜାମ, ନୟାଗଡ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଂଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ସମସ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୩ ରୁ ୨୪ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ସୁନ୍ଦରଗଡ , ଢେଙ୍କାନାଳ ଓ ଅନୁଗୁଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।