ବଜ୍ରପାତ ଓ କୁଆପଥର ବର୍ଷା ନେଇ ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
![](https://thetruths.in/wp-content/uploads/2021/04/lightning.jpg)
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓଡ଼ିଶାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଏନେଇ ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ଏହି ୨୧ଟି ଜିଲ୍ଲା ହେଉଛି ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର । ଏହି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା । ପବନର ବେଗ ୪୦-୫୦ କିଲୋମିଟର ରହିପାରେ । ଏହି ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।